ସହିଦ କୋଭିଡ ଯୋଦ୍ଧାଙ୍କ ପାଇଁ ନିର୍ମାଣ ହେବ ସ୍ମାରକୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ସହିଦ କୋଭିଡ ଯୋଦ୍ଧାଙ୍କ ପାଇଁ ନିର୍ମାଣ ହେବ ସ୍ମାରକୀ। କୋଭିଡ ଯୋଦ୍ଧାଙ୍କ ପରିବାର ସହ ଆଲୋଚନା କରିବା ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସହୀଦ କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ସ୍ମୃତି ସ୍କାରକୀ ନିର୍ମାଣ କରାଯିବ। ଏହି ସ୍ମାରକୀରେ ପ୍ରାଣ ହରାଇଥିବା ସମସ୍ତ କୋଭିଡ ଯୋଦ୍ଧାଙ୍କ ନାଁ ଲିପିବଦ୍ଧ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

କରୋନା କାଳରେ ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କ ସେବା ପାଇଁ ନିୟୋଜିତ ଥିବା ପୋଲିସ କର୍ମଚାରୀ, ସ୍ୱାସ୍ଥ୍ୟ କର୍ମୀ, ସାମ୍ବାଦିକ, କୋଭିଡ ପରିଚାଳନରେ କାର୍ଯ୍ୟରତ ସରକାରୀ କର୍ମଚାରୀଙ୍କୁ କୋଭିଡ ଯୋଦ୍ଧାର ମାନ୍ୟତା ମିଳିଛି । କରୋନା ପରିଚାଳନାରେ ନିଜକୁ ସମର୍ପଣ କରିଦେଇଥିବା ଯୋଦ୍ଧାଙ୍କ ପ୍ରାଣ ମଧ୍ୟ ନେଇଛି କରୋନା। ସେମାନଙ୍କୁ ମନେ ରଖିବା ତଥା ସମ୍ମାନ ପାଇଁ ସ୍ମାରକୀର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ତେଣୁ ନିର୍ମାଣ ହେବାକୁ ଥିବା ସ୍ମାରକୀରେ ସମସ୍ତ ସହିଦ କରୋନା ଯୋଦ୍ଧାଙ୍କ ନାଁ ଲିପିବଦ୍ଧ ହୋଇ ରହିବ।

ମାଲକାନଗିରି, କଟକ, ବରଗଡ, ବାଲେଶ୍ୱର ଓ ଗଞ୍ଜାମରେ ଉପସ୍ଥିତ ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାର ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ଶହୀଦ ମାନଙ୍କ ପରିବାରବର୍ଗ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧା ଓ ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ।

ଶହୀଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରକାର ଆପଣମାନଙ୍କ ସହିତ ଅଛନ୍ତି ।  ଏ ଶୂନ୍ୟତା କେବେ ବି ପୂରଣ କରିହେବ ନାହିଁ। ଆମେ କେବଳ ଆପଣମାନଙ୍କୁ ଏତିକି ସହାୟତା କରିପାରିବୁ ଯେଉଁଥିରେ ସେମାନଙ୍କୁ ପରିବାରର ସଦସ୍ୟଙ୍କ ପରଲୋକ ଯୋଗୁ ଯେପରି ଆପଣଙ୍କ ପରିବାର କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ।ସରକାର ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଥିଲେ।

Leave A Reply

Your email address will not be published.

ବ୍ରେକିଂ