ଫିଲିପାଇନ୍ସରେ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ, ୧୭ ମୃତ

ମାନିଲା: ଫିଲିପାଇନ୍ସରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି।  ଦକ୍ଷିଣ ଫିଲିପାଇନ୍ସରେ ଅବତରଣ କରିବା ସମୟରେ ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ଅତି କମରେ ୮୫ ଜଣ ସାମରିକ କର୍ମଚାରୀ ଥିଲେ। ଦୁର୍ଘଟଣାରେ ପ୍ରାୟ ୧୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ଜଳୁଥିବା ବିମାନର ଧ୍ୱଂସାବଶେଷରୁ ପ୍ରାୟ ୧୫ ସେନା କର୍ମଚାରୀଙ୍କୁ ଉଦ୍ଧାର କରାଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଏବେବି ଉଦ୍ଧାରକାର୍ଯ୍ୟ ଜାରି ରହିଛି ।

ବାୟୁସେନାର ବିମାନ C୧୩୦ ସ୍ଥାନୀୟ ସମୟ ସକାଳ ସାଢ଼େ ୧୧ଟା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି । C୧୩୦ ବିମାନ ସୁଲୁ ପ୍ରଦେଶର ଜୋଲୋ ଦ୍ୱୀପରେ ଅବତରଣ କରିବାକୁ ଚେଷ୍ଟା କରୁଥିଲା । ଏହି ସମୟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଷ୍ଟାଫ୍ ଜେନେରାଲ୍ ସିରିଲିଟୋ ସୋବେଜନ ଏହି ସୂଚନା ଦେଇଛନ୍ତି ।  ବିମାନଟି ସୁଲୁ ପ୍ରଦେଶର ପାଟିକୁଲ ସହରର ଏକ ଗ୍ରାମରେ ଦୁର୍ଘଟଣାଗ୍ରସ୍ତ ହୋଇଛି।

ସୋବେଜାନା କହିଛନ୍ତି ଯେ ବିମାନଟି ଦକ୍ଷିଣ ସହର କାଗାୟାନ ଦେ ଓରୋରୁ ସାମରିକ ବାହିନୀ ନେଇ ଆସୁଥିଲା।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ