ଜଙ୍ଗଲରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନବରଙ୍ଗପୁର : ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ପାତ୍ରଗୁଡା ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି ।  ତେବେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ସ୍ପଷ୍ଟ ହୋଇ ନାହିଁ । ସେପଟେ ପୋଲିସ  ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ସୂଚନା ଅନୁଯାୟୀ, ଗତ କାଲି ପାତ୍ରଗୁଡା ଗ୍ରାମର ରତନ ଭତରାଙ୍କ ୧୪ ବର୍ଷର ନାବାଳକ ପୁଅ ଜଗବନ୍ଧୁ ଭତରା ଗାଈ ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ । ହେଲେ ସେ ଆଉ ଫେରି ନଥିଲେ। ତେବେ ସନ୍ଧ୍ୟାରେ ପରିବାର ଲୋକେ ସ୍ଥାନୀୟ ଜଙ୍ଗଲରୁ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଥିଲେ ।

ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି ।

Leave A Reply

Your email address will not be published.

ବ୍ରେକିଂ