ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜେଲରୁ ମୁକୁଳିଲେ

 ଭୁବନେଶ୍ୱର: ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ଜାମିନ ପାଇବା ପରେ ଜେଲରୁ ମୁକୁଳିଲେ। ଗତକାଲି ଷଷ୍ଠ ମାମଲାରେ ହାଇକୋର୍ଟରୁ ଜାମିନ ପାଇଥିଲେ ପ୍ରଦୀପ ପାଣିଗ୍ରାହୀ।

ଠକେଇ ଅଭିଯୋଗରେ ଗିରଫ ହୋଇ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଝାରପଡ଼ା ଜେଲରେ ଥିଲେ। ଜେଲରୁ ବାହାରିବା ପରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗଣମାଧ୍ୟମ ପ୍ରତିନିଧିଙ୍କୁ କୌଣସି ପ୍ରତିକ୍ରିୟା ଦେଇନଥିଲେ। ନିଜ ପତ୍ନୀ ସହ ଗାଡ଼ିରେ ବସି ଚାଲିଯାଇଥିଲେ। ତେବେ ସର୍ତ୍ତମୂଳକ ଭାବରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜେଲରୁ ମୁକୁଳିଥିବା ସୂଚନା ମିଳିଛି।

ଡିସେମ୍ବର ୪ରେ ପ୍ରଦୀପଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ ହୋଇଥିଲେ ଗୋପାଳ ବିଧାୟକ । ୨ ଲକ୍ଷ ଟଙ୍କା ବ୍ୟକ୍ତିଗତ ମୁଚାଲିକାରେ ପ୍ରଦୀପଙ୍କୁ ଜାମିନ ଦେଇଛନ୍ତି ହାଇକୋର୍ଟ ।

Leave A Reply

Your email address will not be published.

ବ୍ରେକିଂ