ଆଗାମୀ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବେଶ କରିବ ମୌସୁମୀ

ଭୁବନେଶ୍ୱର : ଜୁନ ୧୧ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡିଶାର କିଛି ଅଞ୍ଚଳରେ ପ୍ରବେଶ ସମ୍ଭାବନା ରହିଛି। ଏହା ପ୍ରଭାବରେ  ଆଭ୍ୟନ୍ତରୀଣ ତଥା ଉପକୂଳ ଓଡିଶାର ଅନେକ ସ୍ଥାନରେ ଆସନ୍ତାକାଲି ଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଜୁନ୍ ୧୦ରୁ ୧୪ ତାରିଖ ମଧ୍ୟରେ ଓଡିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି। ଏହାସହ ସମୁଦ୍ର ଉପକୂଳ ଅଂଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର. ବିଶ୍ଵାସ କହିଛନ୍ତି। 

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ମୟୂରଭଞ୍ଜ ଏବଂ ନୁଆପଡା ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

 

 

Leave A Reply

Your email address will not be published.

ବ୍ରେକିଂ