ଓଡିଶା ଛୁଇଁଲା ମୌସୁମୀ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ ଛୁଇଁବ

ଭୁବନେଶଶ୍ୱର : ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।  ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ରାଜ୍ୟରେ ଛୁଇଁବ । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ମୌସୁମୀ ଆଜି ଓଡ଼ିଶାର କିଛି ଅଞ୍ଚଳକୁ  ଛୁଇଁଛି। ଦକ୍ଷିଣ ଓଡ଼ିଶା ଏବଂ ବଲାଙ୍ଗିରରେ ଭଲ ବର୍ଷା ହୋଇଛି। ଲଘୁଚାପ ଯୋଗୁ ଆଜି ଅନେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୧ ତାରିଖରେ ସବୁଠାରୁ ବେଶୀ ବର୍ଷା ହେବା ନେଇ ଆକଳନ କରାଯାଉଛି । ଆଜିଠୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବାରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସକରାର । ବନ୍ୟା ପରିସ୍ଥିତି, ଭୂସ୍ଖଳନ ଭଳି ଆଶଙ୍କା ଥିବାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.

ବ୍ରେକିଂ