ଆଜି ଭୁବନେଶ୍ୱରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ, ୬ ସୁସ୍ଥ
ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୮୦ କୁ ବୃଦ୍ଧି ହୋଇଛି।
<>
Update on newly detected #COVID19 cases in the last
24 hrs under the BMC area on 27th Feb (till 9am). pic.twitter.com/Z6C1yVcwtm— BMC (@bmcbbsr) February 27, 2021
</>
ସେହିପରି ଆଜି ଭୁବନେଶ୍ୱରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୮ ଜଣ କରୋନାରେ ମୃତ୍ୟୁ ହୋଇଛି।