ଆଜି ଭୁବନେଶ୍ୱରରୁ ୧୦୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୯୩୫ କୁ ବୃଦ୍ଧି ହୋଇଛି।

<>

ସେହିପରି ଆଜି ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ  ସଂଖ୍ୟାକୁ ମିଶାଇ ମୋଟ ୩୨ ହଜାର ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ