ଭୁବନେଶ୍ୱରରୁ ୧୫ କରୋନା ଆକ୍ରାନ୍ତ ଚିହ୍ନଟ, ୧୭ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୧୯ କୁ ବୃଦ୍ଧି ହୋଇଛି।

<>

</>

ସେହିପରି ଆଜି ରାଜଧାନୀରୁ ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ  ସଂଖ୍ୟାକୁ ମିଶାଇ ମୋଟ ୩୧ ହଜାର ୭୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ