ଭୁବନେଶ୍ୱରରୁ ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୧ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରେ ବଢିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜଧାନୀ ଭୁବନେଶ୍ୱରରୁ ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୮୨ କୁ ବୃଦ୍ଧି ହୋଇଛି ।

<>

</>

ସେହିପରି ଆଜି ରାଜଧାନୀରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ