ଭୁବନେଶ୍ୱରରେ ନାଇଟ କର୍ଫ୍ୟୁ ଓ ସଟଡାଉନ କଥା ଚିନ୍ତା କରୁନୁ: ବିଏମସି କମିଶନର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ୮୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ସର୍ବାଧିକ ୧୪୪ ସଂକ୍ରମିତ ରହିଛନ୍ତି । ତେବେ ଭୁବନେଶ୍ୱରରେ ୱିକେଣ୍ଡ ସଟଡାଉନ କି ନାଇଟ କର୍ଫ୍ୟୁ କଥା ଚିନ୍ତା କରିନୁ ବୋଲି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି । ଭୁବନେଶ୍ୱରରେ ସଂକ୍ରମଣ ବୃଦ୍ଧିକୁ ନେଇ ନିଜ ପ୍ରତିକ୍ରିୟା ଦେବା ଅବସରରେ ଚୌଧୁରୀ ଏହା କହିଛନ୍ତି ।

ବିଏମସି କମିସନର ପ୍ରେମଚନ୍ଦ ଚୌଧୁରୀ କହିଛନ୍ତି, କରୋନାର ମୁକାବିଲା ଲାଗି ଆମେ ସଜାଗ ଅଛୁ । ଏନଫୋର୍ସମେଣ୍ଟକୁ କମିସନରରେଟ ପୁଲିସ ସହ ମିଶି ଆହୁରି ତ୍ୱରାନ୍ୱିତ କରାଯାଇଛି । ନବମ ଏକାଦଶ ଶ୍ରେଣୀ ବାତିଲ ନେଇ ସରକାରଙ୍କ ନିର୍ଦ୍ଦେଶନାମା ପରେ ଆବାସିକ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଛାଡ଼ିବା ପାଇଁ ନିର୍ଦେଶ ଦିଆଯାଇଛି । ଅଧିକାଂଶ ଶିକ୍ଷାନୁଷ୍ଠାନରେ ପରୀକ୍ଷା ଶେଷ ହୋଇଛି । ଏଣୁ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସରକାରୀ ଶିକ୍ଷାନୁଷ୍ଠାନ ଗୁଡିକ ମଧ୍ୟ ଏହାକୁ ନିର୍ଦେଶ ଅନୁଯାୟୀ ଅନୁପାଳନ କରିବାକୁ କୁହାଯାଇଛି। ବୃଦ୍ଧି ପାଉଥିବା ସଂକ୍ରମଣକୁ ଚେକ ଦେବା ପାଇଁ କାର୍ୟ୍ୟାଳୟରେ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି ଲକଡାଉନ ଓ ସଟଡାଉନ କଥା ଚିନ୍ତା କରିନୁ । ସଚେତନ ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି ।

ଭୁବନେଶ୍ୱରରେ ବର୍ତ୍ତମାନ ଥିବା ଏକମାତ୍ର କୋଭିଡ ହସ୍ପିଟାଲ ସମ ହସ୍ପିଟାଲରେ ଶଯ୍ୟା ସଂଖ୍ୟା ୧୫୦ ରୁ ୨୫୦କୁ ବୃଦ୍ଧି କରାଯାଇଛି । ପୂର୍ବରୁ ଯେଉଁ ହସ୍ପିଟାଲଗୁଡ଼ିକ ସହ ଚୁକ୍ତିନାମା ସ୍ବାକ୍ଷରିତ ହୋଇଥିଲା ସେମାନଙ୍କୁ ଆବଶ୍ୟକସ୍ଥଳେ ପୁଣିଥରେ ନିୟୋଜିତ କରାଯିବ । ବର୍ତ୍ତମାନ ଆମେ ନାଇଟ କର୍ଫ୍ୟୁ, ଲକଡାଉନ ଓ ସଟଡାଉନ କଥା ଚିନ୍ତା କରୁନୁ । ଏନଫୋର୍ସମେଣ୍ଟ, ମାଇକ୍ରୋ କଣ୍ଟେନମେଣ୍ଟ ଓ ସଚେତନତା ଉପରେ ଅଧିକ ଗୁରୁତ୍ୱ ଦେଉଛୁ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ