ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ର ଗୁରୁତର, ଆର୍ଥିକ ସହାୟତା ଲୋଡିଲେ ପରିବାର

ଭୁବନେଶ୍ୱର: ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ର ଗୁରୁତର । କରୋନାରୁ ସୁସ୍ଥ ପରେ ଏବେ ଫୁସଫୁସ ସଂକ୍ରମିତ ହୋଇଛନ୍ତି ତପୁ । ଭୁବନେଶ୍ବରର ସମ୍‌ ହସ୍‌ପିଟାଲରେ ସେ ଚିକିତ୍ସାଧୀନ ଅଛନ୍ତି । ମାତ୍ର ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁନି । ସେପଟେ ତପୁଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଦେବାକୁ ପରିବାର ଲୋକ ଅନୁରୋଧ କରିଛନ୍ତି ।

ଆଧୁନିକ ଓଡ଼ିଆ ସଂଗୀତ ଜଗତରେ ଜଣାଶୁଣା ନାଁ ତପୁ ମିଶ୍ର । ଦୀର୍ଘ ଦୁଇ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକ ଓ ଶ୍ରୋତାଙ୍କୁ ଦେଇଛନ୍ତି ବହୁ ହିଟ୍‌ ଗୀତ । ତପୁଙ୍କ ଅସୁସ୍ଥତା ଖବର ଶୁଣି ଶୁଭେଛୁ ମାନେ ତପୁ ମିଶ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଫିଲ୍ମ କୁଳନନ୍ଦନରେ ସେ ପ୍ରଥମ ଗୀତ ଗାଇଥିଲେ । ସେହିଠାରୁ ତାଙ୍କର କଣ୍ଠଶିଳ୍ପୀ ଜୀବନର ଜୟଯାତ୍ରା ଆଗକୁ ବଢ଼ିଚାଲିଛି । ତପୁ ମିଶ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କ ଫ୍ୟାନମାନେ ତାଙ୍କୁ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏଯୁଗର କୃଷ୍ଣ ସୁଦାମା, ମାତୃଶକ୍ତି, ଯେ ପାଞ୍ଚେ ପରମନ୍ଦ, ଆଇ ଲଭ୍‌ ୟୁ ଓ ଚକୋଲେଟ ଭଳି ବହୁ ଫିଲ୍ମରେ ସେ ହିଟ୍‌ ଗୀତ ଗାଇଛନ୍ତି । ଆଇ ଲଭ୍‌ ୟୁ ଫିଲ୍ମରେ ସେ ପାଇଥିଲେ ଢେରସାରା ପ୍ରଶଂସା । ଆରେ ନା.. ବଜାନା ବଂଶୀ, ଏହି ଗୀତ ତାଙ୍କୁ ଆଣିଦେଇଥିଲା ପ୍ଲେ-ବ୍ୟାକ୍‌ ସିଙ୍ଗରର ପ୍ରସିଦ୍ଧି । ସେ ସମ୍ବଲପୁରୀ ଭାଷାରେ ଅନେକ ଗୀତ ଗାଇଛନ୍ତି । କିଛି ଗୀତରେ ସେ ନିଜେ ନିର୍ଦ୍ଦେଶନା ବି ଦେଇଛନ୍ତି । ଚାରିଥର ରାଜ୍ୟ ପୁରସ୍କାର ପାଇଛନ୍ତି ତପୁ ମିଶ୍ର ।

Leave A Reply

Your email address will not be published.

ବ୍ରେକିଂ