ଘରୋଇ ହସ୍ପିଟାଲରେ ଟିକାକରଣ ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଟିକାକରଣ ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର। ସ୍ୱାସ୍ଥ୍ୟ ବିଭାଗ ଏସିଏସ ପ୍ରଦୀପ୍ତ ମହାପାତ୍ର କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ।

ଏସିଏସ ପ୍ରଦୀପ୍ତ ମହାପାତ୍ର ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଆୟୁଷ୍ମାନ ଭାରତରେ ସାମିଲ ଘରୋଇ ହସ୍ପିଟାଲକୁ ଟିକା କେନ୍ଦ୍ର କରାଯିବ । ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହୋଇନାହିଁ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ଘରୋଇ ହସ୍ପିଟାଲକୁ ଅନୁମତି ମିଳୁ । ୧୮୩ ଘରୋଇ ହସ୍ପିଟାଲକୁ ଟିକା କେନ୍ଦ୍ରଭାବେ ଅନୁମତି ମିଳୁ ବୋଲି ଏସିଏସ ପ୍ରଦୀପ୍ତ ମହାପାତ୍ର ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି।

କେନ୍ଦ୍ର ସରକାରଙ୍କ ତାଲିକା ଅନୁଯାୟୀ ଆୟୁଷ୍ମାନ ଯୋଜନାରେ ସାମିଲ ଘରୋଇ ହସ୍ପିଟାଲଗୁଡିକରେ କରୋନା ଟିକାକେନ୍ଦ୍ର କରିବାକୁ କୁହାଯାଇଛି। ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।

Leave A Reply

Your email address will not be published.

ବ୍ରେକିଂ