ରାଜ୍ୟରେ ୨୪ ଘଣ୍ଟାରେ ୧୯୨୭ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର:  ରାଜ୍ୟରେ ଆଜି ୨ ହଜାର ତଳକୁ ଖସିଛି ଦୈନିକ ସଂକ୍ରମଣ ସଂଖ୍ୟା । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୧୨ଟି ହେଉଛି ସ୍ଥାନୀୟ ସଂକ୍ରମଣ ରହିଛି ।

ସେହିପରି  କରୋନାରେ  ଆଉ ୬୯ ଜଣଙ୍କର ମୃତ୍ୟୁ ଘଟିଛି ।  ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୧୪ କୁ ବୃଦ୍ଧି ପାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୫୫, ବାଲେଶ୍ୱରରୁ ୧୧୧, ବରଗଡ଼ରୁ ୨୭, ଭଦ୍ରକରୁ ୧୯, ବଲାଙ୍ଗିରରୁ ୧୧, ବୌଦ୍ଧରୁ ୭, ଦେବଗଡ଼ରୁ ୬, କଟକରୁ ୨୪୮, ଢେଙ୍କାନାଳରୁ ୭୫, ଗଜପତିରୁ ୪, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୯୧, ଯାଜପୁରରୁ ୧୨୩, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୭, କନ୍ଧମାଳରୁ ୧୮, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୩୨, ଖୋର୍ଦ୍ଧାରୁ ୪୯୮, କୋରାପୁଟରୁ ୮, ମାଲକାନଗିରିରୁ ୧୮, ମୟୂରଭଞ୍ଜରୁ ୯୦, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୬୪, ନୂଆପଡ଼ାରୁ ୫, ପୁରୀରୁ ୧୦୩, ରାୟଗଡ଼ାରୁ ୨୨, ସମ୍ବଲପୁରରୁ ୩୩, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୩୮, ଓ ଷ୍ଟେଟ ପୁଲରୁ ୧୦୦ ଚିହ୍ନଟ ହୋଇଛନ୍ତି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୯,୫୯, ୯୮୬ରେ ପହଞ୍ଚିଥିବା ବେଳେ ୯,୩୫୦୦୭ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବାଦ ରାଜ୍ୟରେ ୧୯, ୬୮୫ ଆକ୍ଟିଭ କେସ୍‌ ରହିଛି।

ଅନୁଗୋଳରେ ୬ ଜଣ ଆଖି ବୁଜିଥିବା ବେଳେ, ବାଲେଶ୍ୱରରେ ୩, ବରଗଡ଼ରେ ୭, ଭଦ୍ରକରେ ୨, ବୌଦ୍ଧରେ ୨, ଗଞ୍ଜାମରେ ୨, କେନ୍ଦ୍ରାପଡ଼ାରେ ୪, କେନ୍ଦୁଝରରେ ୫, ଖୋର୍ଦ୍ଧାରେ ୨୨, କୋରାପୁଟରେ ୧, ନୟାଗଡ଼ରେ ୨, ପୁରୀରେ ୨, ସୋନପୁରରେ ୧ ଓ ସୁନ୍ଦରଗଡ଼ରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Leave A Reply

Your email address will not be published.

ବ୍ରେକିଂ