କାଲିଠୁ ସରକାରୀ ସ୍କୁଲରେ ନାମଲେଖା

ଭୁବନେଶ୍ୱର: କରୋନା ଯୋଗୁଁ ସ୍କୁଲ ଗୁଡିକ ବନ୍ଦ ଥିବାବେଳେ କାଲିଠାରୁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ଆରମ୍ଭ ହେବ ବୋଲି ସୂଚନା ମଳିଛି । କାଲିଠାରୁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ଆରମ୍ଭ ହେବ । ସବୁ ଡିଇଓ, ବିଇଓ, ଡିପିସିଙ୍କୁ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ପକ୍ଷରୁ ଚିଠି ଦିଆଯାଇଛି । କୋଭିଡ ଗାଇଡଲାଇନ ଅନୁସାରେ ନାମ ଲେଖା ଯିବ ।

ନାମଲେଖା କାର୍ଯ୍ୟ ଆସନ୍ତା ମେ ୩୧ ତାରିଖ ସୁଦ୍ଧା ଶେଷ କରିବାକୁ ଚିଠିରେ ଅତିରିକ୍ତ ସଚିବ ନିର୍ଦେଶ ଦେଇଛନ୍ତି। ପ୍ରତ୍ୟେକ କାର୍ଯ୍ୟ ଦିବସର ସକାଳ ୭ଟାରୁ ପୂର୍ବାହ୍ନ ସାଢ଼େ ୯ଟା ପର୍ଯ୍ୟନ୍ତ ନାମଲେଖା ପ୍ରକ୍ରିୟା ଚାଲୁ ରହିବ।

ଏକ ସମୟରେ ୫ ଜଣରୁ ଅଧିକ ଅଭିଭାବକଙ୍କୁ ସ୍କୁଲରେ ପ୍ରବେଶ ମନା ହୋଇଛି । କୋଭିଡ ଗାଇଡଲାଇନ ମାନି ନାମଲେଖା ପ୍ରକ୍ରିୟା କରିବାକୁ ନିର୍ଦେଶ ଦିଆଯାଇଛି । ଶିକ୍ଷା ସଂଯୋଗ ହ୍ୱାଟସ୍ଆପ ଗ୍ରୁପ ଜରିଆରେ ଅଭିଭାବକଙ୍କୁ ସୂଚନା ଦେବା ପାଇଁ ନିର୍ଦେଶ ଦିଆଯାଇଛି ।

ସୂଚନା ଯୋଗ୍ୟ ଯେ, କରୋନା ସଂକ୍ରମଣ ଯୋଗୁଁ ଦଶମ ପରୀକ୍ଷାକୁ ମଧ୍ୟ ବାତିଲ କରାଯାଇଛି । ଗତବର୍ଷ ପିଲାଙ୍କର ପାଠପଢ଼ା ସମ୍ପୂର୍ଣ୍ଣ ଧୋଇ ଯାଇଥିବା ବେଳେ ଚଳିତ ବର୍ଷ ଏ ଦିଗରେ ତ୍ୱରିତ ପଦକ୍ଷେପ ନିଆଯାଉଛି ।

Leave A Reply

Your email address will not be published.

ବ୍ରେକିଂ