କୋଭିଡ୍‌ରେ ପ୍ରାଣ ହରାଇଥିବା ୧୭ ସାମ୍ବାଦିକଙ୍କ ପାଇଁ ୨ କୋଟି ୫୫ ଲକ୍ଷ ଟଙ୍କା ମଞ୍ଜୁର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ କୋଭିଡ୍‌-୧୯ ମହାମାରୀ ଯୋଗୁଁ ମୃତୁ୍ୟବରଣ କରିଥିବା ୧୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମଞ୍ଜୁର କରିଛି । ଭୁବନେଶ୍ୱରର ୪ ଜଣ, ବଲାଙ୍ଗୀର ଜିଲ୍ଲାର ୩ ଜଣ, ଗଞ୍ଜାମ ଜିଲ୍ଲାର ୭ ଜଣ, କଳାହାଣ୍ଡି ଜିଲ୍ଲାର ଜଣେ ଓ ଯାଜପୁର ଜିଲ୍ଲାର ୨ ଜଣ କର୍ମଜୀବୀ ସାମ୍ବାଦିକ ଏଥିରେ ଅନ୍ତର୍ଭୁକ୍ତ ।

‘ଜି-ଓଡ଼ିଶା’ର ଭୁବନେଶ୍ୱରରେ କାର୍ଯ୍ୟକରୁଥିବା ସ୍ୱର୍ଗତ ମାନସ ଜୟପୁରିଆ, ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ, ‘ଆଜିକାଲି’ର ସାମ୍ବାଦିକ ବିଜୟଲକ୍ଷ୍ମୀ
ମହାନ୍ତି, ‘ଟାଇମସ୍‌ ଅଫ୍‌ ଇଣ୍ଡିଆ’ର ସ୍ୱର୍ଗତ ପ୍ରୀତିମାନ୍‌ ମହାପାତ୍ରଙ୍କ ପରିବାରବର୍ଗ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପାଇବେ । ସେହିପରି ଗଞ୍ଜାମ ଜିଲ୍ଲାର ‘ଟିଭି ନୁ୍ୟଜ୍‌ ୬(ୱେବ୍‌)’ର ସାମ୍ବାଦିକ ଗୋବିନ୍ଦ ବେହେରା, ‘ସମ୍ବାଦ’ର ପ୍ରଦୀପ କିଶୋର ସାହୁ, ‘ସମାଜ’ର କିଶୋର ଚନ୍ଦ୍ର ଦାଶ, ‘ଓଡ଼ିଶା ଫାଇଲସ୍‌’ର ନରେଶ କୁମାର ବେହେରା, ‘କଳିଙ୍ଗ ଜ୍ୟୋତି, ନନ୍ଦିନୀ’ର ସାମ୍ବାଦିକ ରନିାକର ମହାରଣା, ବ୍ଲକ୍‌ କରେସ୍‌ପଣ୍ଡେଣ୍ଟ ନିଳୟ ରଞ୍ଜନ ପଟ୍ଟନାୟକ, ‘ଅନୁପମ ଭାରତ’ର କରୁଣାକର ସାହୁ, ବଲାଙ୍ଗୀର ଜିଲ୍ଲାର ‘ସମ୍ବାଦ’ର ସାମ୍ବାଦିକ ଶୁଭ୍ରାଂଶୁ ଶେଖର ମିଶ୍ର ଏବଂ ଜତୀଶ ଚନ୍ଦ୍ର ଖମାରୀ, ‘ପ୍ରଗତିବାଦୀ’ର କୈଳାଶ ଚନ୍ଦ୍ର ସାହୁ, ‘ନକ୍ଷତ୍ର ଟିଭି’ର କଳାହାଣ୍ଡି ଜିଲ୍ଲା ପ୍ରତିନିଧି ଭାନୁପ୍ରକାଶ ରଥ, ଯାଜପୁର ଜିଲ୍ଲାର ‘ମନ୍ଥନ’ର ସାମ୍ବାଦିକ ଅଶୋକ କୁମାର ସାହୁ, ‘ଲୋକସଂପର୍କ’ର ସାମ୍ବାଦିକ ପ୍ରଭାତ କୁମାର ରାଉତରାୟଙ୍କ ନିକଟତମ ସଂପର୍କୀୟଙ୍କୁ ଏହି ଅନୁକମ୍ପାମୂଳକ ସହାୟତା ମିଳିବ ।

କୋଭିଡ୍‌ରେ ମୃତୁ୍ୟବରଣ କରିଥିବା ଅଉ କିଛି ସାମ୍ବାଦିକଙ୍କ ପ୍ରସ୍ତାବ ମଧ୍ୟ ବିଭାଗର ବିଚାରାଧୀନ ରହିଛି । ସେ ବାବଦରେ ଜିଲ୍ଲାସ୍ତରରେ ଅନୁସନ୍ଧାନ ଜାରି ରହିଛି । ଖୁବ୍‌ ଶୀଘ୍ର ଯୋଗ୍ୟ ବିବେଚିତ ପ୍ରସ୍ତାବଗୁଡ଼ିକୁ ମଂଜୁର କରାଯାଇ ଅନୁକମ୍ପା ରାଶି ପ୍ରଦାନ କରାଯିବା ପାଇଁ ପଦକ୍ଷେପ ନିଆଯିବ ।

ପ୍ରକାଶ ଯୋଗ୍ୟ ଯେ କୋଭିଡ୍‌-୧୯ରେ ମୃତୁ୍ୟବରଣ କରିଥିବା ଏହି ୧୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ପରିବାରବର୍ଗଙ୍କୁ ଅନୁକମ୍ପାମୂଳକ ସହାୟତ ପାଇଁ ସମୁଦାୟ ୨ କୋଟି ୫୫ ଲକ୍ଷ ଟଙ୍କା ମଂଜୁର କରାଯାଇଛି । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ