ଶୃଙ୍ଖଳିତ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ

ଭୁବନେଶ୍ଵର:  କୋଭିଡ କଟକଣା ମଧ୍ୟରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଶୃଙ୍ଖଳିତ ଭାବରେ ହୋଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେବାୟତ, ଜନସାଧାରଣ, ପ୍ରଶାସନ ଓ ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାବ୍ୟତୀତ ଶ୍ରୀମନ୍ଦିର ପ୍ରଶାସନ, ପୁରୀ ଜିଲ୍ଲା ପ୍ରଶାସନକୁ ମଧ୍ୟ ସାଧୁବାଦ ଜଣାଇଛନ୍ତି ସେ ।

ସେହିପରି ପୁରୀବାସୀଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀବାସୀ ଯେଭଳି ଶୃଙ୍ଖଳା ଦେଖାଇଛନ୍ତି ତାହା ପ୍ରେରଣାଦାୟକ ବୋଲି ନବୀନ ପଟ୍ଟନାୟକ କହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ