ଗର୍ଭବତୀ ଓ ଶିଶୁ ମାନଙ୍କୁ ଶୁଖିଲା ରାସନ ଓ ଅଣ୍ଡା ବଣ୍ଟନ ପାଇଁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ୨୫ତାରିଖ ସୁଦ୍ଧା ଗର୍ଭବତୀ ଓ ପ୍ରସୂତୀ ମହିଳା ଏବଂ ଶିଶୁମାନଙ୍କୁ ଶୁଖିଲା ରାସନ୍ ଓ ଅଣ୍ଡା ବଣ୍ଟନ କରିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ । ଏହାସହିତ ଯେଉଁ ମହିଳାମାନେ ଜୁନ୍ ପ୍ରଥମ ସପ୍ତାହ ମଧ୍ୟରେ ପ୍ରସବର ସମ୍ଭାବନା ରହିଛି ସେଭଳି ଆସନ୍ନପ୍ରସବା ମହିଳାଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ତେଣୁ ବାତ୍ୟାର ମୁକାବିଲା ପାଇଁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି ।

ସେହିପରି ଅଙ୍ଗନବାଡ଼ି କର୍ମୀମାନେ ବାତ୍ୟା ଆଶ୍ରୟସ୍ଥଳୀ ଓ ରିଲିଫ୍‌ ଶିବିରକୁ ନିୟମିତ ଭାବେ ପରିଦର୍ଶନ କରିବେ । ଗର୍ଭବତୀ, ଆସନ୍ନ ପ୍ରସବା, ଅତିଶୟ ପୁଷ୍ଟିହୀନ ଶିଶୁ, ଅଳ୍ପ ଓଜନବିଶିଷ୍ଟ ଶିଶୁମାନଙ୍କର ଆଶାକର୍ମୀ ଏବଂ ଏଏନ୍‌ଏମ୍‌ମାନଙ୍କ ସହାୟତାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ । ବାତ୍ୟା ଆଶ୍ରୟ ସ୍ଥଳୀରେ ଘରକୁ ଦିଆଯାଉଥିବା ଶୁଖିଲା ରାସନ୍‌, ଫାଷ୍ଟଏଡ୍‌ ଏବଂ ଔଷଧ କିଟ୍‌ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ରଖିବା ସହ ଅଙ୍ଗନବାଡ଼ି କେନ୍ଦ୍ର/ସେ୍ୱଚ୍ଛାସେବୀ ଅନୁଷ୍ଠାନମାନଙ୍କ ଦ୍ୱାରା ପରିଚାଳିତ ଶିଶୁ ଯନି ଅନୁଷ୍ଠାନ ସ୍ୱଧାର ଏବଂ ଉଜ୍ଜ୍ୱଳା ଗୃହଗୁଡ଼ିକରେ ମଧ୍ୟ ଏହିସବୁ ସାମଗ୍ରୀ ଉପଲବ୍ଧ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏଥିସହ ଖୋଲା ଆଜ୍‌ବେଷ୍ଟସ୍‌/ ଅସୁରକ୍ଷିତ ଗୃହରେ ଯେଭଳି କେହି ନରୁହନ୍ତି ତାହା ତଦାରଖ କରାଯିବ । କୋଭିଡ୍‌-୧୯ର ଅନ୍ୟାନ୍ୟ ସମସ୍ତ ସୁରକ୍ଷା ପ୍ରୋଟୋକଲକୁ ପାଳନ କରିବା ପାଇଁ ମଧ୍ୟ ଅଧିକାରୀ ଓ କ୍ଷେତ୍ର କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆଜିର ଏହି ବୈଠକରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ବାତ୍ୟା ପ୍ରସ୍ତୁତିକୁ ବିଶେଷ ଗୁରୁତ୍ୱ ଦିଆଯିବା ସହ ଉପକୂଳବର୍ତ୍ତୀ ଅନ୍ୟ ଜିଲ୍ଲାଗୁଡ଼ିକ ମଧ୍ୟ ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି ।

ଆଜି ପୂର୍ବାହ୍ନରେ ଅନୁଷ୍ଠିତ ଭର୍ଚୁଆଲ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ୧୨ଟି ଉପକୂଳବର୍ତ୍ତୀ ଜିଲ୍ଲାରେ ବାତ୍ୟା ପ୍ରସ୍ତୁତିର ସମୀକ୍ଷା କରିବା ସହ ଯେ କୌଣସି ଆପଦକାଳୀନ ପରିସ୍ଥିତି ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ