ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ

କେନ୍ଦୁଝର: ଦିବଙ୍ଗତ ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କଲେ ରାଜ୍ୟ ସରକାର । ସରକାରଙ୍କ ପକ୍ଷରୁ ଅରିନ୍ଦମଙ୍କ ପତ୍ନୀ ସମୀକ୍ଷାଙ୍କୁ ଅର୍ଥ ରାଶି କେନ୍ଦୁଝର ଉପ ଜିଲ୍ଲାପାଳ ରାମଚନ୍ଦ୍ର କିସ୍କୁ ପ୍ରଦାନ କରିଛନ୍ତି । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ସହାୟତା ରାଶି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଶୁକ୍ରବାର ମୁଣ୍ଡଳୀ ବ୍ୟାରେଜ ଠାରେ ଫସିଥିବା ଏକ ହାତୀଟିକୁ ଉଦ୍ଧାର କରିବା ପାଇଁ ଓଡ୍ରାଫ୍ଟ ଟିମର ବୋଟ ଓଲଟି ପଡିଥିଲା । ଯେଉଁଥିରେ ଓଟିଭି ରିପୋର୍ଟର ଅରିନ୍ଦମ ଦାସ ଓ କ୍ୟାମେରା ପର୍ସନ ପ୍ରଭାତ ସିହ୍ନା ଥିଲେ । ପରବର୍ତୀ ସମୟରେ ଏକ ଦେଶୀ ଡଙ୍ଗା ସାହାଯ୍ୟରେ ଅରିନ୍ଦମଙ୍କୁ ଉଦ୍ଧାର କରାଯାଇ କଟକ ଏସସିବି ମେଡିକାଲରେ ଭର୍ତି କରାଯାଇଥିଲା । ମାତ୍ର ସେଠାରେ ଡାକ୍ତର ସାମ୍ବାଦିକ ଅରିନ୍ଦମୁଙ୍କ ମୃତ ଘୋଷଣା କରିଥିଲେ ।

Leave A Reply

Your email address will not be published.

ବ୍ରେକିଂ