ଓଡ଼ିଶାରେ ଆଉ ୪୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ଓଡ଼ିଶାରେ ଆଉ ୪୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୮୦୧ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ୧୪ ଜଣ ମହିଳା ଅଛନ୍ତି।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ ବଲାଙ୍ଗିର, ବୌଦ୍ଧ, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେପଟେ ଗଞ୍ଜାମ ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ଘଟିଛି।

 

Leave A Reply

Your email address will not be published.

ବ୍ରେକିଂ