ରାଜ୍ୟରେ ଆଜି ୨୧୧୦ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର :  ରାଜ୍ୟରେ ଆଜି ୨୧୧୦ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।ସେଥିମଧ୍ୟରୁ ସଂଗରୋଧରୁ ୧୨୧୩ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଏଥିସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯କୁ ବୃଦ୍ଧି ପାଇଛି  । ସେଥିମଧ୍ୟରୁ ଏଯାଏ ସୁସ୍ଥ ହେଲେଣି ୯ ଲକ୍ଷ ୨୦ ହଜାର ୬୪୬ କୋରୋନା ରୋଗୀ  । ୨୨ ହଜାର ୨୯୯ ରୋଗୀ ଏବେ ବି ଚିକିତ୍ସାଧୀନ ଅଛନ୍ତି  ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୮ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୭୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୩୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୫ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୯୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ କରୋନା ସଂକ୍ରମିତ ରହିଛନ୍ତି

ସେହିପରି କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୫୮ଜଣ, କୋରାପୁଟ ଜିଲ୍ଲାରୁ ୧୯ଜଣ, ମାଲକାନାଗିରି ଜିଲ୍ଲାରୁ ୨୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୭୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍‌ରୁ ୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.

ବ୍ରେକିଂ