ରାଜ୍ୟରେ ଆଜି ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

 ଭୁବନେଶ୍ୱର: ଓଡିଶାରେ କରୋନା ସଂକ୍ରମଣ କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

ଖୋର୍ଦ୍ଧା ଜିଲାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ଯାଜପୁର ଜିଲାରେ ଜଲେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୨୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୯୨୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୭୬୫୨୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.

ବ୍ରେକିଂ