ରାଜ୍ୟରେ ଆଜି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେନଣ୍ଟାଇନ୍‌ କେନ୍ଦ୍ରରୁ ୬୮ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୨ କୁ ବୃଦ୍ଧି ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୯୬୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୫୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

<>

</>

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୧୧୪ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୧, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୧୧ ଜଣ, ବଲାଙ୍ଗୀରିରୁ ୩ ଜଣ, କଟକ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୮ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ଅଫ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

Leave A Reply

Your email address will not be published.

ବ୍ରେକିଂ