ରାଜ୍ୟରେ ଦିନକରେ ୧୭ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଗତକାଲି ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ୧୦ ହଜାର ଟପିଛି । ସେପଟେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୩୨ କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ଅନୁଗୁଳରୁ ୩, ବାଲେଶ୍ଵରରୁ ୧, ବୌଦ୍ଧରୁ ୧, ଭୁବନେଶ୍ଵରରୁ ୨, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧, କଳାହାଣ୍ଡିରୁ ୨, ଖୋର୍ଦ୍ଧାରୁ ୧, ନୂଆପଡାରୁ ୨, ପୁରୀରୁ ୧, ସୁନ୍ଦରଗଡରୁ ୨ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ