ଓଡିଶାରେ ୫୨୧ ନୂଆ କରୋନା ସଂକ୍ରମଣ

ଭୁବନେଶ୍ୱର :  ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ହାର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୮୦୯ ଜଣ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୧୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୫ ଜଣ ପଜିଟିଭ ରହିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୯ ଜଣ ଆକ୍ରାନ୍ତ ଅଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୧୭ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୩ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୬୦ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, ଖୋର୍ଦ୍ଧାରୁ ୨୪୯ ଜଣ, କୋରାପୁଟରୁ ୬ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୯ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୩ ହଜାର ୮୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୦ ହଜାର ୧୬୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୩୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.

ବ୍ରେକିଂ