ରାଜ୍ୟରେ ୫୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ତଳମୁହାଁ ହେଉଛି । ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବରେ ହ୍ରାସ ପାଉଛି ।  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୯୫୭ ଜଣ ସଂଗରୋଧରେ ରହିଥିବା ବେଳେ  ୨୨୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨୬ ଓ କଟକ ଜିଲ୍ଲାରୁ ୫୫୭ ରହିଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ୨୭୭, ବାଲେଶ୍ୱରରୁ ୩୨୦, ବରଗଡରୁ ୧୧୮, ବଲାଙ୍ଗୀରରୁ ୪୧, ବୌଦ୍ଧରୁ ୮୩, ଦେବଗଡରୁ ୧୪, ଢେଙ୍କାନାଳରୁ ୧୩୭, ଗଜପତିରୁ ୨୩, ଗଞ୍ଜାମରୁ ୭୭, ଜଗତସିଂହପୁରରୁ ୧୪୮, ଯାଜପୁରରୁ ୩୯୪, ଝାରସୁଗୁଡାରୁ ୨୭, କଳାହାଣ୍ଡିରୁ ୪୮ ଏବଂ କନ୍ଧମାଳ ଜିଲ୍ଲାରୁ ୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସେହିପରି କେନ୍ଦ୍ରାପଡା ଜିଲ୍ଲାରୁ ୨୩୭, କେନ୍ଦୁଝରରୁ ୧୧୫, କୋରାପୁଟରୁ ୧୨୭, ମାଲକାନଗିରିରୁ ୫୮, ମୟୁରଞ୍ଜରୁ ୨୮୫, ନବରଙ୍ଗପୁରରୁ ୧୮୬, ନୟାଗଡରୁ ୧୩୨, ନୂଆପଡାରୁ ୧୩, ପୁରୀରୁ ୨୩୪, ରାୟଗଡାରୁ ୧୨୯, ସମ୍ବଲପୁରରୁ ୬୬, ସୋନପୁରରୁ ୩୪, ସୁନ୍ଦରଗଡରୁ ୨୫୧ ଏବଂ ଷ୍ଟେଟପୁଲରୁ ୧୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ୮୮୪୨୪୬୧ କୁ ବୃଦ୍ଧି ପାଇଥିବା ବେଳେ ସେଥି ମଧ୍ୟରୁ ୭୭୨୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୬୬୨୨୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ