ରାଜ୍ୟରେ ଆଜି ୫୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୫୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୧୧୬କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ ଓ ଗଞ୍ଜାମ ଜିଲ୍ଲାରୁ କରୋନା ଆଉ ୫ ଜୀବନ ନେଇଛି ।

ବଲାଙ୍ଗିର ଜିଲ୍ଲାରେ ୪ ଜଣ ପ୍ରାଣ ହରାଇଛନ୍ତି । ସେହିପରି ବାଲେଶ୍ୱର, କଟକ, ପୁରୀ ଓ ସମ୍ୱଲପୁର ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଅନୁଗୋଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଆଉ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ କରୋନା ନେଇଛି ଜଣେ ଲେଖାଏ ସଂକ୍ରମିତଙ୍କ ଜୀବନ । 

Leave A Reply

Your email address will not be published.

ବ୍ରେକିଂ