୨୪ ଘଣ୍ଟାରେ ରାଜ୍ୟର ୬୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ଵର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା ବୃଦ୍ଧିପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବରଗଡ଼ରୁ ୧୦ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ପୁରୀରୁ ୬ଜଣ,  ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୩ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।  ବାଲେଶ୍ୱର , ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.

ବ୍ରେକିଂ