ଆଜି ଓଡିଶାରୁ ୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧ ଜଣ ସଂଗରୋଧରେ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୧୦୪ କୁ ବୃଦ୍ଧି ପାଇଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୫ଜଣ, ଦେବଗଡ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୪୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୩୪୪୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୭୩  ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ।

Leave A Reply

Your email address will not be published.

ବ୍ରେକିଂ