ଭୁବନେଶ୍ୱର: ଖରା ପାଇଁ ସକାଳୁଆ ସ୍କୁଲ । ରାଜ୍ୟରେ ମାର୍ଚ୍ଚ ନହେଣୁ ଗ୍ରୀଷ୍ମ ପ୍ରବାହ ବଢିବାରେ ଲାଗିଲାଣି । ଲଗାତାର କିଛି ଦିନ ହେବା ଖରାର ପ୍ରକୋପ ବଢିବା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି ।
ଏହାକୁ ନଜରେ ରଖି ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । ଖରା ପାଇଁ ସକାଳୁଆ ସ୍କୁଲ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ ସବୁ ଡିଇଓମାନଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଚିଠି ଲେଖିଛନ୍ତି ।
ନବମ ଓ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ । ସେହିପରି ଦଶମ ଓ ଦ୍ୱାଦଶ ପାଇଁ ସକାଳ ୯ରୁ ଦିନ ୧ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।
ସୂଚନାଯୋଗ୍ୟ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଥିଲେ। ଗ୍ରୀଷ୍ମ ପ୍ରବାହ ଜନିତ ଅସୁସ୍ଥତା ସଂପର୍କରେ ଲୋକଙ୍କୁ ସଚେତନ କରିବା ସହ ସଚେତନତା କାର୍ଯ୍ୟରେ ସାମାଜିକ ସଂସ୍ଥାକୁ ସାମିଲ ଲାଗି ପରାମର୍ଶ ଦେଇଥିଲେ।