କରୋନା ପାଇଁ ଓଜେଇଇ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ହେବାରେ ଲାଗିଛି । ତଥାପି ପାଦେ ପାଦେ ବିପଦ ଅଛି । ତେବେ ପିଲାଙ୍କ ସୁରକ୍ଷାକୁ ନଜର ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି । ଏହି ପରୀକ୍ଷା ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା ।

ବର୍ତ୍ତମାନ ପରିପ୍ରେକ୍ଷୀରେ ସ୍ଥଗିତ ରଖାଯାଇଥିବା ପରୀକ୍ଷାକୁ ପରବର୍ତ୍ତୀ ସମୟରେ ଆୟୋଜନ କରାଯିବ । ପରୀକ୍ଷା ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ପରିସ୍ଥିତି ଦେଖି ଆସନ୍ତା ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷା ବିଷୟରେ ଜଣାଇ ଦିଆଯିବ ବୋଲି ସୂଚନା ମିଳିଛି ।

ଅନ୍ୟପଟରେ ଓଜେଇଇ ପରୀକ୍ଷା ପାଇଁ ଅନ୍‌ଲାଇନ୍ ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି । ଆବେଦନ ଅବଧିକୁ ଜୁଲାଇ ୧୨ ଓ ଫି ଦାଖଲ ଜୁଲାଇ ୧୪ ଯାଏଁ ବଢାଇ ଦିଆଯାଇଛି ।

ତେବେ ଯେଉଁ ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସାମିଲ ହେବା ପାଇଁ ଆବେଦନ କରି ନଥିଲେ, ସେମାନଙ୍କୁ ଏକ ସୁଯୋଗ ମିଳିଛି । ଛାତ୍ରଛାତ୍ରୀମାନେ ୨୦୨୧ ଜୁଲାଇ ୧୨ ସୁଦ୍ଧା ଆବେଦନ କରିପାରିବେ । ଏଥିପାଇଁ ସେମାନେ ୨୦୨୧ ଜୁଲାଇ ୧୪ ମଧ୍ୟରେ ଫି’ ଦେୟ କରିପାରିବେ ।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ