ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ପହଣ୍ଡି ବିଜେ ସରିଲା

ପୁରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଶ୍ରୀଜିଉଙ୍କ ପହଣ୍ଡି ବିଜେ । ତିନି ରଥରେ ବିରାଜମାନ ହେଲେ ତିନି ଠାକୁର  ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ବଡ଼ ଦେଉଳର ରତ୍ନଭଣ୍ଡାରର ଆକର୍ଷଣକୁ ତ୍ୟାଗ କରି ଚାଲି ଆସିଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।

ଅତ୍ୟନ୍ତ ମନରୋମ ପରିବେଶରେ ତିନି ଠାକୁରଙ୍କ ପହଣ୍ଡି ଶେଷ ହୋଇଛି । ଦେବଦଳନ ରଥରେ ରଥାରୂଢ଼ ହୋଇସାରିଛନ୍ତି ଚକ୍ରରାଜ ସୁଦର୍ଶନ ଓ ଦେବୀ ସୁଭଦ୍ରା । ତା’ପରେ ତାଳଧ୍ୱଜ ରଥରେ ରଥାରୂଢ଼ ହେଲେ ବଡ଼ଠାକୁର ଶ୍ରୀବଳଭଦ୍ର । ଶେଷରେ ପହଣ୍ଡି ସାରି ଶ୍ରୀଜଗନ୍ନାଥ ନନ୍ଦିଘୋଷ ରଥରେ ରଥାରୂଢ଼ ହୋଇଛନ୍ତି ।

ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ବାଇଶି ପାହଚ ଦେଇ ଓହ୍ଲାଇ ଆସିବାର ଦୃଶ୍ୟରେ ଭକ୍ତମାନଙ୍କୁ ବିମୋହିତ କରିଥିଲା ।

ଆଜି କୋଟି ପ୍ରାଣର ସ୍ପନ୍ଦନ କାଳିଆ ସାଆନ୍ତଙ୍କ ବାହୁଡା ଯାତ୍ରା ।ଆଜି ଅପରାହ୍ଣ ୪ଟା ସୁଦ୍ଧା ରଥଟଣା ଆରମ୍ଭ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି । ବାହୁଡ଼ା ପାଇଁ ଅଧିକ କଡ଼ା ହୋଇଛି ପୁରୀ ପୋଲିସ୍ । ଏମିତିକି ବିନା ଭକ୍ତରେ ବାହୁଡାଯାତ୍ରା ଓ ସୁନାବେଶକୁ ସମ୍ପନ୍ନ ପାଇଁ କଡାକଡି ବ୍ୟବସ୍ଥା ହେଉଛି ।

 

Leave A Reply

Your email address will not be published.

ବ୍ରେକିଂ