ନିଆଁରେ ପୋଡ଼ି ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ଗୁରୁତର

 ଗଜପତି:  ନିଆଁରେ ପୋଡ଼ି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ଗୁରୁତର ହୋଇଛନ୍ତି । ସରକାରୀ ଘରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ସୈମ୍ୟରଞ୍ଜନଙ୍କୁ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଶରୀରର ୮୦% ଅଂଶ ପୋଡ଼ିଯାଇଥିବା ସୂଚନା ମିଳିଛି । ତେବେ ଅବସ୍ଥା ଗୁରୁତର ଥିବାରୁ ତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । 

ତେବେ ଏହା ଦୁର୍ଘଟଣା ନା ଆତ୍ମହତ୍ୟା ଉଦ୍ୟମ ଏହାର କାରଣ ଅସ୍ପଷ୍ଟ ରହିଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । 

ସୂଚନା ଅନୁଯାୟୀ, ସୌମ୍ୟରଞ୍ଜନ ଗତକାଲି ପତ୍ନୀଙ୍କ ସହ ନିଜ ସରକାରୀ ବାସଭବନରେ ଥିଲେ। ରାତି ପ୍ରାୟ ୯ଟା ବେଳେ ତାଙ୍କ ପତ୍ନୀଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଞ୍ଚିଥିଲେ। ଏହାପରେ ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ପୋଡ଼ି ହୋଇଯାଇଥିବା ଦେଖି ତାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ଓ ପରେ କଟକ ବଡ଼ ମେଡିକାଲ ପଠାଯାଇଛି। 

Leave A Reply

Your email address will not be published.

ବ୍ରେକିଂ