ପିପିଲି ଉପନିର୍ବାଚ: ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ପ୍ରଚାର କରିବେ

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ମାଧ୍ୟମରେ ନିର୍ବାଚନ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପ୍ରତି ଜିଲା ପରିଷଦ ଜୋନ ଅନୁଯାୟୀ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ଭର୍ଚୁଆଲରେ ଭୋଟ୍ ମାଗିବେ ନବୀନ । ତେବେ କେଉଁ ତାରିଖରେ ପ୍ରଚାର କରିବେ ତାହା ଆଜି ସନ୍ଧ୍ୟାରେ ଚୂଡାନ୍ତ ହେବ । ଏନେଇ ବିଧାୟକ ଉମା ସାମନ୍ତରାୟ ସୂଚନା ଦେଇଛନ୍ତି।

ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପିପିଲି ଯିବାର କାର୍ଯ୍ୟକ୍ରମ ଥିଲା । କିନ୍ତୁ ଏବେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ପ୍ରଚାର ମୈଦନକୁ ନଓହ୍ଲାଇ ଭର୍ଚୁଆଲରେ ପ୍ରଚାର କରିବାକୁ ନିଷ୍ପତ୍ତି ନେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.

ବ୍ରେକିଂ