୨୪ ଘଣ୍ଟାର ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ରହିଛି। ଏଥିପାଇଁ ଉକ୍ତ ୯ ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦେବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା କାଲି ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ଥିବା ବେଳେ ୨୧ରୁ ୨୪ ତାରିଖ ଯାଏଁ ଅନେକ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାୟଗଡ଼ାରେ ସର୍ବାଧିକ ୩୨.୧ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୭.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି। ୨୪ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଅନୁମାନ କରାଯାଇଛି।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ