ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ନୂଆପଡ଼ା, ବରଗଡ଼, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଆଦି ରହିଛି। ପ୍ରବଳ ବର୍ଷା ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାରେ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ୯ରୁ ୧୩ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.

ବ୍ରେକିଂ