୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନ ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂବାନୁମାନ କାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖାପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଏବେ ଛତିଶଗଡ଼ ଏବଂ ଏହାର ଆଖପାଖକୁ ବ୍ୟାପିଛି। ଯାହାର ପ୍ରଭାବରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲିଠାରୁ କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷାର ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଣ୍ଟା ପିଛା ୪୫ କିଲୋମିଟର ରହିପାରେ। ତେଣୁ ୧୭ ତାରିଖ ଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ରାଜ୍ୟର ୧୦ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର,ମୟୂରଭଞ୍ଜ ଓ କେନ୍ଦୁଝର ରହିଛି। ଏଥିସହିତ ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ,ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି।

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ