ବୟସ୍କ ଓ ପ୍ରସୂତିଙ୍କୁ ମିଳିବ ଆଗୁଆ କରୋନା ଟୀକା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :କରୋନା ଭ୍ୟାକସିନ ଆସିଲେ ବୟସ୍କ ଓ ପ୍ରସୂତିଙ୍କୁ ଦିଆଯିବ ଆଗୁଆ ଟୀକା।  କରୋନା ମୁକାବିଲା ସମୀକ୍ଷା କରି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।   କରୋନାର ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଟୀକା ମିଳିବାର ଆଶା  ଉଜ୍ଜଳ ହୋଇଛି । ଟୀକା ପ୍ରଦାନ ସମୟରେ ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ଗର୍ଭବତୀ ମହିଳା ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିଙ୍କୁ ଟୀକା ପ୍ରଦାନରେ ପ୍ରାଥମିକତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ଏ କ୍ଷେତ୍ରରେ ଗୁରୁତର ରୋଗ ଭୋଗୁଥିବା ରୋଗୀଙ୍କର ଡାଟାବେସ୍‌ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମାଜର ବିପଦସଂକୁଳ ବର୍ଗର ବ୍ୟକ୍ତି ମାନଙ୍କୁ ଟୀକା ପ୍ରଦାନ ସମୟରେ ବୃତ୍ତିଗତ, ବୈଜ୍ଞାନିକ, ସଂପୂର୍ଣ୍ଣ ଫଳପ୍ରଦ (Full Proof) ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି।

ଆଜି କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଟୀକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠାରୁ ଅଧିକ ଫଳପ୍ରଦ ପ୍ରତିରୋଧକ । ତେଣୁ ମାସ୍କ ବ୍ୟବହାର ସହିତ ସାମାଜିକ ଦୂରତା ଏବଂ ହାତ ଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ଆମେରିକା ଓ ପଶ୍ଚିମ ଇଉରୋପୀୟ ଦେଶ ଏବଂ ଆମର ନୂଆଦିଲ୍ଲୀରେ ଯେଭଳି କୋଭିଡ ର ଦ୍ବିତୀୟ ପ୍ରବାହ ଆରମ୍ଭ ହୋଇଛି, ତାକୁ ଦୃଷ୍ଟିରେ ରଖି ଆମେ ସତର୍କତାକୁ ଜାରି ରଖିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ଲୋକଙ୍କ ଜୀବନ ଜୀବିକା ଯେପରି ବ୍ୟାହତ ନ ହୁଏ, ସେ ଦିଗ ପ୍ରତି ମଧ୍ୟ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ ଏବଂ ଏହାର ନିୟମିତ ସମୀକ୍ଷା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସେପଟେ ଚଳିତ ବର୍ଷ ଓଡିଶା ଜାତୀୟ ସ୍ତରରେ ଶ୍ରେଷ୍ଠ ସାମୁଦ୍ରିକ ମତ୍ସ୍ୟ ଉତ୍ପାଦନକାରୀ ରାଜ୍ୟ ଭାବରେ ବିବେଚିତ ହୋଇଥିବା  ଏବଂ କଳାହାଣ୍ଡି ଜିଲ୍ଲା Best Inland Dist ପୁରସ୍କାର ପାଉଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟ ମତ୍ସ୍ୟ ଓ ପଶୁପାଳନ ବିଭାଗ ଓ କଳାହାଣ୍ଡି ଜିଲ୍ଲା ବାସୀ କୁ ଅଭିନନ୍ଦନ ଜଣାଇଥିଲେ ।

 

Leave A Reply

Your email address will not be published.

ବ୍ରେକିଂ
ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି