ଭୁବନେଶ୍ୱରରେ ଗର୍ଭବତୀଙ୍କୁ ଟିକା ଦିଆଗଲା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହୋଇଛି । ବିଏମ୍‌ସିର ସମସ୍ତ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର ଓ ସରକାରୀ ହସ୍ପିଟାଲରେ ଗର୍ଭବତୀଙ୍କ ଟିକାକରଣ କରାଯାଉଛି । ଏ ନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜିଠାରୁ ଏହି ଅଭିଯାନକୁ ବ୍ୟାପକ କରାଯାଇଛି। ସପ୍ତାହକୁ ଦୁଇଦିନ ଅର୍ଥାତ ବୁଧବାର ଏବଂ ଶନିବାର ଦିନ ୧୧ଟାରୁ ଦିନ ଗୋଟାଏ ମଧ୍ୟରେ ଗର୍ଭବତୀଙ୍କୁ ଟିକା ଦିଆଯିବାର ବ୍ୟବସ୍ଥା ହୋଇଛି ।

ନିଜର ପରିଚୟ ପତ୍ର ଦେଖାଇ ଗର୍ଭବତୀମାନେ ଟିକା ନେଇପାରିବେ । ଗର୍ଭବତୀଙ୍କୁ ଟିକାକରଣ ପାଇଁ ଟିକାକରଣ କେନ୍ଦ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଟିକା ନେବା ପାଇଁ ଗର୍ଭବତୀଙ୍କୁ ଧାଡିରେ ଅପେକ୍ଷା କରିବାକୁ ପଡିବ ନାହିଁ । ଅନ୍ୟପକ୍ଷେ ଗର୍ଭବତୀଙ୍କ ଟୀକାକରଣ କାର୍ଯ୍ୟରେ ନିୟୋଜିତ ଥିବା ସମସ୍ତ ନର୍ସ, ଏଏନ୍ଏମ୍ ଓ ଅଙ୍ଗନବାଡି କର୍ମୀଙ୍କୁ ସ୍ୱତନ୍ତ୍ର ତାଲିମ ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

ବ୍ରେକିଂ
ଚତୁର୍ଥ ଥର ମଧ୍ୟ ଇଡି ସମନ୍‌ ଏଡ଼ାଇଲେ ବଲିଉଡ୍‌ ଅଭିନେତ୍ରୀ ଜାକ୍‌ଲିନ୍‌ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ସାମିଲ୍ ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି