ଯୁବକଙ୍କୁ ଦୁର୍ବୃତ୍ତଙ୍କ ମରଣାନ୍ତକ ଆକ୍ରମଣ

ପୁରୀ: ପୁରୀ ବାସେଳିସାହି ଥାନା ମିଶ୍ରସାହିରେ ଯୁବକଙ୍କୁ ଦୁର୍ବୃତ୍ତଙ୍କ ମରଣାନ୍ତକ ଆକ୍ରମଣ । ୪ରୁ ଅଧିକ ଦୁର୍ବୃତ୍ତ ତାଙ୍କୁ ସାହି ଭିତରେ  ଗୋଡ଼େଇ ଗୋଡ଼ଇ ହାଣିଥିବା ଜଣାପଡିଛି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା  । ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ଗୁରୁତର ଯୁବକଙ୍କ ନାଁ  ପ୍ରଦୀପ କୁମାର ତ୍ରିପାଠୀ ।

ଆକ୍ରମଣରେ ପ୍ରଦୀପଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି । ଆକ୍ରମଣର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ଦାଦାବଟିକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି ।  ଘଟଣାକୁ ନେଇ ସାହିରେ ଦେଖାଦେଇଛି ଚାପା ଉତ୍ତେଜନା ଦେଖାଦେଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।

Leave A Reply

Your email address will not be published.

ବ୍ରେକିଂ