ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ

ଡେରାଡୁନ : ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ । ଏ ନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯାଇଛି । ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ଖଟିମା ଆସନରୁ ବିଧାୟକ ଅଛନ୍ତି ।  ଉତ୍ତରାଖଣ୍ଡର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହେବେ ୪୫ ବର୍ଷୀୟ ଧାମି ।

୨ ଥରର ବିଧାୟକ ଧାମି ପୂର୍ବରୁ କେବେ ମନ୍ତ୍ରୀ ବି ହୋଇନାହାନ୍ତି । ପୁଷ୍କର ସିଂ ଧାମି ତୀରଥ ସିଂ ରାୱତଙ୍କ ସ୍ଥାନ ନେବେ । ରାୱତ୍ ଗତକାଲି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ତୀରଥ୍ ସିଂହ ରାଓ୍ବତ ଇସ୍ତଫା ଦେବାପରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବେ ସେ ନେଇ ଆଜି ବିଜେପି ବିଧାୟକ ଦଳ ବୈଠକ ହୋଇଥିଲା ।  ବୈଠକରେ ପୁଷ୍କର ସିଂ ଧାମିଙ୍କ ନାମରେ ମୋହର ଲାଗିଛି । ଆଜି ସନ୍ଧ୍ୟା ୬ ଟାରେ ରାଜ ଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଜାରି ରହିଥିବା ସୂଚନା ମିଳିଛି ।

 

Leave A Reply

Your email address will not be published.

ବ୍ରେକିଂ
ଦେଶରେ ୨୪  ଘଣ୍ଟା ମଧ୍ୟରେ ୧୩,୫୯୬ କରୋନା ସଂକ୍ରମିତ ଚିହ୍ନଟ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ ଘଟଣା : ୧୪୪୦ ଗ୍ରାମ୍ ସୁନା ଅଳଙ୍କାର ଜବତ ପୋଲିସ ହେପାଜତରୁ ସନ୍‌ସାଇନ୍ ପବ୍ଲିକ୍ ସ୍କୁଲ ସଭାପତି ଚମ୍ପଟ; ୩ କନେଷ୍ଟବଳ ନିଲମ୍ବିତ ରାଜ୍ୟରେ ୨୪ ଘଣ୍ଟାରେ ୩୪୦ କରୋନା ସଂକ୍ରମିତ ଚିହ୍ନଟ; ୫ ମୃତ ସୁରଟର ଏକ ପ୍ୟାକେଜିଂ କମ୍ପାନୀରେ ଅଗ୍ନିକାଣ୍ଡ; ୨ ମୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସର ୨୩ ଘଣ୍ଟା ମାରାଥନ୍ ରେଡ୍ ଜଗତପୁରର ଏକ ଧୂପକାଠି କାରଖାନାରେ ଭୟାବହ ଅଗ୍ନିକାଣ୍ଡ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢାଉ