ଦଶହରାରେ ଭିଜିବ ସାରା ରାଜ୍ୟ

ଭୁବେନେଶ୍ୱର : ପାର୍ବଣରେ ବର୍ଷାର ଡର। ଦଶହରାରେ ଭିଜିବ ସାରା ରାଜ୍ୟ। ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୩.୧ ରୁ ୫.୮ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ଯାହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ପରବର୍ତୀ ସମୟରେ ସମ୍ଭାଵ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହେବ । ୩ରୁ ୪ ଦିନ ଯାଏଁ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଆଜି ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟାଗଡ଼ା, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସହିତ ବଜ୍ରପାତର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲା ଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଗାମୀ ୧୩ ତାରିଖରେ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଫଳରେ ଚଳିତ ବର୍ଷ ଦଶହରା ବର୍ଷାରେ ଭିଜିବ ।

Leave A Reply

Your email address will not be published.

ବ୍ରେକିଂ