ଆସନ୍ତା ୨୦ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: କାଲିଠୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଆସନ୍ତାକାଲି ବର୍ଷା ଓ ଘଡଗଡି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର ,ନୂଆପଡ଼ା ଓ ବରଗଡ଼ରେକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସୁନ୍ଦରଗଡ, ଦେବଗଡ, ମୟୁରଭଞ୍ଜ, ଅନୁଗୁଳ,ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

Leave A Reply

Your email address will not be published.

ବ୍ରେକିଂ