ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର: ୨୪ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।  ସେହିପରି କନ୍ଧମାଳ, ଗଞ୍ଜାମ, ଗଜପତି ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ସେପଟେ ଆଉ କିଛି ଦିନ ପରେ  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ । ତା ପରେ ଓଡ଼ିଶା ଆସିବ। ନିର୍ଦ୍ଦିଷ୍ଟ ଭାବେ ଭାବେ କେତେ ତାରିଖରେ ଓଡ଼ିଶା ଛୁଇଁବ ମୌସୁମୀ, ତାହା ସ୍ପଷ୍ଟ ହୋଇନଥିଲେ ବି ଓଡ଼ିଶା ଆକାଶରେ ପ୍ରାକ୍ ମୌସୁମୀର ସଂକେତ ଦେଖିବାକୁ ମିଳିଥିବା  ଭୁବନେଶ୍ୱର ପାଣିପାଗ କେନ୍ଦ୍ର  ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.

ବ୍ରେକିଂ