କାଳବୈଶାଖୀ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା।  ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସହ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଜାରି ସତର୍କ ସୂଚନା ମତାବକ ଆଜି (୫ ଜୁନ୍‌, ଶନିବାର) ଅପରାହ୍ନ ୧ଟା ୩୦ରୁ ଆସନ୍ତାକାଲି (୬ ଜୁନ୍‌, ରବିବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ରାଜ୍ୟର ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ଢ଼େଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଏଥିସହ ଆସନ୍ତା ଜୁନ୍‌ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

Leave A Reply

Your email address will not be published.

ବ୍ରେକିଂ