ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର : ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ ।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାକୁ  ପାଣଇପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ଆଜି ରାତି ସୁଦ୍ଧା ଲଘୁଚାପ କ୍ଷେତ୍ରଟି ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଓଡ଼ିଶାରେ ତିନି ଦିନ ବର୍ଷା ହେବ । ଉତ୍ତର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ଅପେକ୍ଷାକୃତ ଅଧିକ ବର୍ଷା ହେବ ।

Leave A Reply

Your email address will not be published.

ବ୍ରେକିଂ