ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ସପ୍ତାହକୁ ଚାରିଦିନ ଚଳାଚଳ କରିବ

ଭୁବନେଶ୍ୱର: ଜୁନ୍ ମାସ ଶେଷ ପର୍ଯ୍ୟନ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଏଣିକି ସପ୍ତାହକୁ ଚାରିଦିନ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଅଛି।  କୋଭିଡ଼୧୯ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ଏବଂ ଅତ୍ୟଧିକ ଖରାପ ପୃଷ୍ଠପୋଷକତା ପାଇଁ ଏହି ଟ୍ରେନକୁ ପୂର୍ବରୁ ସପ୍ତାହରେ ଦୁଇଥର ଚଲାଇବାକୁ ନିଷ୍ପତ୍ତି ନିଆଯାଇଥିଲା । ଏହାକୁ ଏବେ ପରିବର୍ତନ କରାଯାଇଅଛି।

02823 ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ଭୁବନେଶ୍ୱରରୁ ପ୍ରତି ମଙ୍ଗଳବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ସୋମବାର ଏବଂ ଶୁକ୍ରବାର ଦିନ ମାନଙ୍କରେ ବାତିଲ ରହିବ।

02824 ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ନୂଆଦିଲ୍ଲୀରୁ ପ୍ରତି  ବୁଧବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ମଙ୍ଗଳବାର ଏବଂ ଶନିବାର ଦିନ ମାନଙ୍କରେ ବାତିଲ ରହିବ ।

02825/02826 ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଆଦ୍ରI ଭୁବନେଶ୍ୱରରୁ ରବିବାର ଏବଂ ବୁଧବାର ଦିନ ଏବଂ ନୂଆଦିଲ୍ଲୀରୁ ସୋମବାର ଏବଂ ଶୁକ୍ରବାର ଦିନ ଚଳାଚଳ କରିବ ।

02855/02856 ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ସମ୍ବଲପୁର ସିଟି ଏବଂ ରାଉରକେଲା ଭୁବନେଶ୍ୱରରୁ 26 ଜୁନ୍ (ଶନିବାର) ଏବଂ ନୂଆଦିଲ୍ଲୀରୁ  27 ଜୁନ୍, 2021 ତାରିଖ ଦିନ ବାତିଲ ରହିବ ।

Leave A Reply

Your email address will not be published.

ବ୍ରେକିଂ