ଅତିପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗର ରେଡ୍ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ୱେଲ ମାର୍କଡ ଲୋ ପ୍ରେସର ସକ୍ରିୟ ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୧୨ ଘଣ୍ଟାରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ କାଲି ସକାଳ ଯାଏ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼କୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । 

ସେହିପରି ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ  ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୧୩ ତାରିଖ ପାଇଁ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏହି ସମୟରେ ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟରେ ବେଗରେ ବହିପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୪ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.

ବ୍ରେକିଂ