ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ପାଇଁ RTPCR ଟେଷ୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ବ୍ରେକ ଲାଗୁନି । ଦିନକୁ ଦିନ ଉପରମୁହାଁ ହେଉଛି କରୋନା ଗ୍ରାଫ ।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ରାଜ୍ୟବାସୀଙ୍କୁ ଚିନ୍ତାରେ ପକାଇଛି । ତେଣୁ ସଂକ୍ରମଣଙ୍କୁ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ କୋଭିଡ ନିୟମାବଳୀକୁ କଡାକଡି କରାଯାଉଛି ।

ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଆଉ ଯେଉଁମାନେ ଆରଟିପିସିଆର ଟେଷ୍ଟ ନ କରିବେ ସେମାନଙ୍କୁ ୭ ଦିନ ଲାଗି କ୍ୱାରେଣ୍ଟିନରେ ରଖାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି। ଏପରିକି ପଶ୍ଚିମବଙ୍ଗରୁ ଫେରୁଥିବା ଲୋକଙ୍କର ବି ଆରଟିପିସିଆର ଟେଷ୍ଟ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଏହାଛଡ଼ା ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଓ ସାନିଟାଇଜର ବ୍ୟବହାର କରିବା ଲାଗି ଲୋକଙ୍କୁ ପରାମର୍ଶ ଦିଆଯାଇଛି। ତାହା ସହ ସରକାରୀ ଓ ଘରୋଇ ହସ୍ପିଟାଲ୍‌ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି।

ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ଦିନକୁ ଅଢ଼େଇ ଲକ୍ଷ ଟିକା ଦରକାର। ୧୦ ଦିନ ପାଇଁ ୨୫ ଲକ୍ଷ ଟିକା ଆବଶ୍ୟକ ଥିବାରୁ ଟିକା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖା ଯାଇଛି।

Leave A Reply

Your email address will not be published.

ବ୍ରେକିଂ