କୋଟିଆର ୨୨ଟି ଗାଁରେ ୧୪୪ ଧାରା

କୋରାପୁଟ: କୋଟିଆର ୨୨ଟି ଗାଁରେ ୧୪୪ ଧାରା । ଆଜି ସନ୍ଧ୍ୟା ୫ଟାରୁ କାଲି ସନ୍ଧ୍ୟା ୬ଟା ଯାଏଁ ୧୪୪ ଧାରା ଜାରି କରାଯାଇଛି । ଏଥିସହ ୨୨ଟି ଗାଁରେ ମାଜିଷ୍ଟ୍ରେଟ କ୍ଷମତା ନେଇ ୨୨ ଜଣ ଅଫିସର ନିୟୋଜିତ ରହିବେ। ସେହିପରି ଅଫିସରମାନଙ୍କ ସହ ୨୨ଟି  ଗାଁରେ ବ୍ୟାପକ ପୋଲିସ ମୁତୟନ କରାଯିବ।

ଆସନ୍ତାକାଲି ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ଦୃଷ୍ଟିରୁ ୧୪୪ ଧାରା ଜାରି କରାଯାଇଛି । ଓଡ଼ିଶାର ସୀମାନ୍ତ ଗାଁରେ ପଞ୍ଚାୟତ ନିର୍ବାଚନ କରିବାକୁ ଆନ୍ଧ୍ର ଚେଷ୍ଟା ଚଳାଇଛି ।ତେବେ ମଙ୍ଗଳବାର ଆନ୍ଧ୍ରପ୍ରଦେଶ ହାଇର୍କୋଟଙ୍କ ଜଣିକିଆ ଖଣ୍ଡପୀଠ ନିର୍ବାଚନକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ ବୁଧବାର ସନ୍ଧ୍ୟାରେ ସେହି ହାଇକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠ ନିର୍ବାଚନ କରିବାକୁ ଆନ୍ଧ୍ର ସରକାରଙ୍କୁ ଅନୁମତି ପ୍ରଦାନ କରିଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ପୁଣି ନିର୍ବାଚନ କରିବାକୁ ମନବଳାଇଲାଣି ଆନ୍ଧ୍ର ପ୍ରଦେଶ । ମିଳିଥିବା ସୂଚନା ଅନୁଯାୟୀ  ଗୁରୁବାର ସକାଳୁ କୋଟିଆରେ ‍ଆନ୍ଧ୍ର କରାଇପାରେ ନିର୍ବାଚନ।

Leave A Reply

Your email address will not be published.

ବ୍ରେକିଂ